ଭୁବନେଶ୍ୱର(୧୪/୦୬, ପିପିଏଲ ନ୍ୟୁଜ୍): ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏ ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ମୁମ୍ବାଇର ବାନ୍ଦ୍ରା ସ୍ଥିତ ବାସଭବନରେ ରସି ଲଗାଇ ସେ ଆତ୍ମହତ୍ୟା କରିଥିବା ସୂଚନା ମିଳଛି। ସୁଶାନ୍ତଙ୍କ ଘରୋଇ ସହାୟକ ଫୋନ୍ କରି ପୁଲିସ୍ ସୂଚନା ଦେଇଥିଲେ ବୋଲି ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ବାନ୍ଦ୍ରା ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ରିପୋର୍ଟ- ସନ୍ତୋଷ ସାହୁ