ଏ ବର୍ଷ ବନ୍ଦ ହେଲା ରଥ ଯାତ୍ରା

ଭୁବନେଶ୍ୱର(୧୮/୦୬ ପିପିଏଲ୍ ନ୍ୟୁଜ୍): ଏ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ରଥ ଯାତ୍ରା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।ଲୋକଙ୍କ ସୁରକ୍ଷା ଓ ସାଧାରଣ ସ୍ୱାର୍ଥ ପାଇଁ ରଥଯାତ୍ରା ବନ୍ଦ ହୋଇଥିବାବେଳେ ଓଡ଼ିଶାର କେଉଁ ସ୍ଥାନରେ ବି ରଥଯାତ୍ରା ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି।
ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି।

ରିପୋର୍ଟ-ସନ୍ତୋଷ ସାହୁ

Leave a Reply

Your email address will not be published. Required fields are marked *