ଭୁବନେଶ୍ୱର(୧୩/୦୬,ପିପିଏଲ୍ ନ୍ୟୁଜ୍): ରାଜ୍ୟରେ ଆଉ ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୧୬ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୨୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ୨୨୫ ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୯୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ ରହିଛନ୍ତି ।
ରିପୋର୍ଟ- ସନ୍ତୋଷ ସାହୁ