ରାଜ୍ୟରେ ୪୦୦ ଟପିଲା କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ୧୦ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର (୨୩/୦୮, ପିପିଏଲ ନ୍ୟୁଜ) : ସାରା ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି ରାଜ୍ୟରେ ଗୋଟେ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, କଟକ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗୀର, ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରିପୋର୍ଟ – ତପନ କୁମାର ସୂତାର

Leave a Reply

Your email address will not be published. Required fields are marked *