ଭୁବନେଶ୍ବର(୨୨/୦୯,ପିପିଏଲ୍ ନ୍ୟୁଜ୍) : କରୋନା ପ୍ରଭାବ ରେ ସମସ୍ତ ଶିକ୍ଷାନୁଷ୍ଠାନ ସାଙ୍ଗ କୁ ସବୁ ପରୀକ୍ଷା ଗୁଡ଼ିକ ବନ୍ଦ ହୋଇଯାଇଥିଲା। ତେବେ କରୋନା କଟକଣା ଭିତରେ ଆଜିଠୁ ଆରମ୍ଭ ହୋଇଛି ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା। କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍ ଲାଇନ୍ ଯୋଗେ ପରୀକ୍ଷା କରୁଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ପରୀକ୍ଷା ପରିଚାଳନା କରିବେ। ଅକ୍ଟୋବର ୧୦ ସୁଦ୍ଧା ଏ ସବୁ ପରୀକ୍ଷା ଶେଷ ହେବ ବୋଲି ଉଚ୍ଚ ଶିକ୍ଷାବିଭାଗ ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ସରକାର କରୋନା ପାଇଁ ଶେଷ ସେମିଷ୍ଟର ପରୀକ୍ଷା ନ କରିବାକୁ ନିଷ୍ପତ୍ତି ନେଇଥିଲେ।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା