ଆଜି ରାଜ୍ୟରେ ପୁଣି ଚିହ୍ନଟ ହେଲେ ୨୨୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର ( ୧୭/୦୮ , ପିପିଏଲ୍ ନ୍ୟୁଜ୍ ) : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨୨୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯୦ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୨, ୨୯୪ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *