ଆଜି ରାଜ୍ୟରେ ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ବର (୧୬/୦୮ , ପିପିଏଲ୍ ନ୍ୟୁଜ୍ ) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଗଞ୍ଜାମରୁ ୨ଜଣ ଲେଖାଏ, ଭଦ୍ରକ, ବଲାଙ୍ଗିର, କଟକ,ଯାଜପୁର, କନ୍ଧମାଳ ଓ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

ରିପୋର୍ଟ – ସନ୍ତୋଷ

Leave a Reply

Your email address will not be published. Required fields are marked *