ଏପ୍ରିଲ ମାସ ପାଇଁ ଗାଇଡଲାଇନ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ (୨୩ /୦୩, ପିପିଏଲ୍ ନ୍ୟୁଜ୍): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏପ୍ରିଲ ମାସ ପାଇଁ ଗାଇଡଲାଇନ ଜାରି କରିଛନ୍ତି କେନ୍ଦ୍ର ସରକାର । କୋଭିଡ କଟକଣାକୁ କଡାକଡି କରିବାକୁ ରାଜ୍ୟ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ଏହାବାଦ୍ କୋଭିଡ ନିୟମ ପାଳନ ପାଇଁ ରାଜ୍ୟ ଗୁଡିକ କଡା ପଦକ୍ଷେପ ନିଅନ୍ତୁ ବୋଲି କହିଛନ୍ତି କେନ୍ଦ୍ର ସରକାର । ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ନିୟମକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟ୍ ପ୍ରୋଟୋକଲକୁ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *