ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର(୧୬ /୦୩, ପିପିଏଲ୍ ନ୍ୟୁଜ୍) : ଆସନ୍ତା 21ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ରାଉରକେଲା ସ୍ଥିତ ଜାତୀୟ ବୈଷୟିକ ପ୍ରତିଷ୍ଠାନର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ରାଉରକେଲା ଇସ୍ପାତ୍ କାରଖାନାର ସୁପର ସ୍ପେଶାଲିଟି ଡାକ୍ତରଖାନା ଉଦଘାଟନ କରିବେ ।ପରେ 22 ତାରିଖରେ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଏବଂ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ। ଏଥିପାଇଁ ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ।ରାଜ୍ୟ ଲୋକସେବା ଭବନ ସଭାଗୃହଠାରେ ଆୟୋଜିତ ବୈଠକରେ ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଳା ରାଷ୍ଟ୍ରପତିଙ୍କ ଆଗମନ ସମ୍ବନ୍ଧିତ ପ୍ରାପ୍ତ ସୂଚନା ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ। ରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ସମସ୍ତ ଅଧିକାରୀ, କର୍ମଚାରୀ ଏବଂ ସେବା ଯୋଗାଣକାରୀଙ୍କର ଆର.ଟି.ପି ସି.ଆର ପ୍ରକ୍ରିୟାରେ କୋଭିଡ଼-୧୯ ପରୀକ୍ଷା ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସ୍ୱାସ୍ଥ୍ୟ ବିଭାଗ ଏବଂ ସଂପୃକ୍ତ ଜିଲ୍ଲାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଏହାସହ ରାଉରକେଲା ଏନ୍‌ଆଇଟିର ସମାବର୍ତ୍ତନ ଉତ୍ସବରେ ମଞ୍ଚରେ ବସିବାକୁ ଥିବା ଅତିଥ, ଶିକ୍ଷାବିତ ଏବଂ ମଞ୍ଚ ଉପରୁ କୌଣସି ପ୍ରକାର ପ୍ରମାଣପତ୍ର ବା ଡିଗ୍ରୀ ଆଦି ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କର କୋଭିଡ଼ ଟେଷ୍ଟ କରାଇବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି|

ରିପୋର୍ଟ – ଶୁଭ୍ରଜ୍ୟୋତି ଭୂୟାଁ

Leave a Reply

Your email address will not be published. Required fields are marked *