କୋରୋନା ପୁଣି ନେଲା ୧୬ଜୀବନ

ଭୁବନେଶ୍ବର : (୨୦/୧୧ ପିପିଏଲ ନ୍ୟୁଜ)ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସେହିପରି ଆଜି ରାଜ୍ୟରେ 757 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ 436 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 321 । ଆଜିର ପିଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 312545ରେ ପହଞ୍ଚିଲା । ରାଜ୍ୟରେ କରୋନା ଗ୍ରାଫରେ ପରିବର୍ତ୍ତନ ହେବାରେ ଲାଗିଛି । ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ କମିବାରେ ଲାଗିଛି ।

ରିପୋର୍ଟ-ରାଜେଶ୍ୱରୀ ନାୟକ

Leave a Reply

Your email address will not be published. Required fields are marked *