କୋଲବ୍ଲକ ଆବଣ୍ଟନ ମାମଲା ରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର(୨୬/୧୦,ପିପିଏଲ୍ ନ୍ୟୁଜ୍) : କୋଲବ୍ଲକ ଆବଣ୍ଟନ ମାମଲାରେ ଦିଲ୍ଲୀପ ରାୟଙ୍କୁ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଏହି ରାୟ ସିବିଆଇର ଏକ ସ୍ୱତନ୍ତ୍ର କୋର୍ଟ ଶୁଣାଇଛନ୍ତି । ଝାରଖଣ୍ଡରେ ଏକ କୋଲବ୍ଲକ ଆବଣ୍ଟନ ବେଳେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ୧୯୯୯ ମସିହାର କୋଇଲା ଦୁର୍ନୀତି ମାମଲାରେ ଦିଲୀପଙ୍କ ସହ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ଅଦାଲତ ପୂର୍ବରୁ ଦୋଷୀ ସାବ୍ୟସ୍ତ କରିଥିଲେ। ସେହିପରି କାଷ୍ଟନ୍ ଟେକନୋଲୋଜି ଲିମିଟେଡ୍, ଏହାର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଏବଂ କାଷ୍ଟନ୍ ମାଇନିଂ ଲିମିଟେଡକୁ ମଧ୍ୟ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ମନ୍ତ୍ରୀ ଦିଲ୍ଲୀପ ରାୟ ୧୯୯୯ ମସିହାରେ ଝାରଖଣ୍ଡ ଗିରୀଡିହ ସ୍ଥିତ ବ୍ରହ୍ମାଡିହ କୋଇଲା ଖାଦାନ ଆବଣ୍ଟନ ବେଳେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ୬ ଅକ୍ଟୋବରରେ ଦିଲ୍ଲୀପଙ୍କ ସମେତ ୩ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା । ଏହି ମାମଲାରେ ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ କୋଡାଙ୍କୁ ପୂର୍ବରୁ ଦୋଷୀ ସାବ୍ୟସ୍ତ ହୋଇ ସରିଛନ୍ତି । ତାଙ୍କୁ ୩ ବର୍ଷ ଜେଲ ସହ ୨୫ ଲକ୍ଷ ଟଙ୍କାର ଜରିମାନା ଶୁଣାଇଥିଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ ।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା

Leave a Reply

Your email address will not be published. Required fields are marked *