ନବୀନ ନିବାସ ଆଗରେ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପ୍ରତିବାଦ

ଭୁବନେଶ୍ୱର: (୨୦ /୦୪,ପିପିଏଲ୍ ନ୍ୟୁଜ୍ ): ନବୀନ ନିବାସ ଆଗରେ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପ୍ରତିବାଦ । ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି ପାଇଁ ପହଞ୍ଚିଲେ ଛାତ୍ରଛାତ୍ରୀ । ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ ଘୋଷଣା ପାଇଁ ଦାବି କଲେ ଛାତ୍ରଛାତ୍ରୀ । ଫରେଷ୍ଟ ପାର୍କ ସମ୍ମୁଖ ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ । ଜୁନରେ ପରୀକ୍ଷା ବାବଦରେ ନିଷ୍ପତ୍ତି ହେବ ବୋଲି କହିଥିଲେ ଗଣଶିକ୍ଷା ମନ୍ତ୍ରୀ । ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ ଘୋଷଣା କରିବାକୁ ଦାବି କରିଛନ୍ତି । ଛାତ୍ରଛାତ୍ରୀମାନେ ଗଣଶିକ୍ଷାମନ୍ତ୍ରୀଙ୍କୁ ବି ଭେଟି ଅନୁରୂପ ଦାବି କରିଛନ୍ତି । କରୋନା ସମୟରେ ପରୀକ୍ଷା ହେବ କି ନାହିଁ । ଯଦି ହେବ ତେବେ ଅନଲାଇନରେ ହେବ କି ଅଫଲାଇନରେ ହେବ ସେ ସମ୍ପର୍କିତ ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀ ଦାବି କରିଛନ୍ତି ।

ରିପୋର୍ଟ – ଶୁଭ୍ରଜ୍ୟୋତି ଭୂୟାଁ

Leave a Reply

Your email address will not be published. Required fields are marked *