ପୁଣି ଅଚଳ ବିଧାନସଭା

ଭୁବନେଶ୍ୱର (୨୭/୦୩, ପିପିଏଲ୍ ନ୍ୟୁଜ୍): ଧାନ କିଣା ପ୍ରସଙ୍ଗ ଉଠାଇ ବିଧାନସଭାକୁ ଅଚଳ କଲେ ବିଜେପି ବିଧାୟକ। ମଣ୍ଡିରେ କେତେ ଧାନ ଉଠିଛି ତାର ହିସାବ ଦାବି କରିବା ସହ ଧାନ ଉଠାଣ ତାରିଖ ଏପ୍ରିଲ ୧୫ ଯାଏଁ ବୃଦ୍ଧି କରିବାକୁ ଦାବି କରି ଗୃହରେ ହଙ୍ଗାମା କରିଛନ୍ତି ବିଜେପି ସଦସ୍ୟ ।ସଂସଦୀୟ ବ୍ୟାପାର ମନ୍ତ୍ରୀ ବିରୋଧୀଙ୍କ ଉଦ୍ଦେଶ୍ୟରେ କହିଥିଲେ ଆଜି ଯୋଗାଣ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ଏହି ସମୟରେ କେତେ ଧାନ ଉଠିଛି ସେ ସମ୍ପର୍କରେ ବିସ୍ତୃତ ସୂଚନା ଦେବେ ବିଭାଗୀୟ ମନ୍ତ୍ରୀ । ତେଣୁ ହୋହାଲ୍ଲା କରିବାର ଆବଶ୍ୟକତାର ନାହିଁ ବୋଲି କହିଥିଲେ । ହେଲେ ବିଜେପି ସଦସ୍ୟ ମାନେ ଗୃହର ମଧ୍ୟଭାଗକୁ ଆସି ହଙ୍ଗାମା କରିବାରୁ ଗୃହକୁ ୪ଟା ଯାଏଁ ମୁଲତବି କରିଛନ୍ତି ବାଚସ୍ପତି ।

Leave a Reply

Your email address will not be published. Required fields are marked *