ଭୁବନେଶ୍ୱର: (୦୯.୦୭, ପିପିଏଲ ନ୍ୟୁଜ୍) ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତାହା ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହେଉଛନ୍ତି। ତେବେ ଅନ୍ୟପଟେ ଆଜି ପୁଣି ୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। ଏହି ମୃତକ ୪ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଆଜି କରୋନା ରେ ପ୍ରାଣ ହରାଇ ଥିବା ୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ଜଣେ ରହିଛନ୍ତି। ଗଞ୍ଜାମ ଜିଲ୍ଲାରେ ମୃତକ ୩ ଜଣଙ୍କ ମଧ୍ୟରୁ ୨ ଜଣ ପୁରୁଷ ଏବଂ ଜଣେ ମହିଳା ଥିବା ବେଳେ ଭଦ୍ରକ ର ଜଣେ ପୁରୁଷ ପ୍ରାଣ ହରାଇଛନ୍ତି। ବର୍ତମାନ ସୁଦ୍ଧା ରାଜ୍ୟରେ ପ୍ରାଣ ହରାଇଥିବା ୫୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୦ ଜଣ ରହିଛନ୍ତି।
ରିପୋର୍ଟ – ତପନ କୁମାର ସୂତାର