ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ, ଆସନ୍ତା ୨୩ ତାରିଖ ରେ ନେଇପାରେ ଅବପାତ ର ରୂପ

ଭୁବନେଶ୍ୱର(୨୧/୦୮,ପିପିଏଲ୍ ନ୍ୟୁଜ୍) :  ବଙ୍ଗୋପସାଗର ରେ ଆସୁଛି ଆଉ ଏକ ଲଘୁଚାପ। ଲଘୁଚାପ ଫଳ ରେ ଆଗକୁ ଅସମ୍ଭାଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରେ ଅବପାତର ରୂପ ନେଇ ପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ୫ଟି ଜିଲ୍ଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଏବଂ ଦେଓଗଡକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେହିପରି ନୂଆପଡା, କଳାହାଣ୍ଡି, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଂଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଆଜିଠୁ ବର୍ଷାର ପରିମାଣ କମିଵା ସହ ପୁଣି ୨୩ରୁ ବର୍ଷା ବଢିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତ ୨୪ଘଣ୍ଟାରେ କଟକ ସାଲେପୁରରେ ସର୍ବାଧିକ ୩୦୦ ମିମି ବର୍ଷା ରେକର୍ଡ କରଯାଇଛି । ଆସନ୍ତା ୨୪ ଘଣ୍ଟାରେ ଉପକୂଳରେ ବର୍ଷା କମିବ ହେଲେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ରିପୋର୍ଟ – ସୁଶ୍ରୀ ବିଶ୍ବଜିତା

Leave a Reply

Your email address will not be published. Required fields are marked *