ବଡଦାଣ୍ଡ ରେ କଙ୍ଗନା ରଣାୱତ !

ପୁରୀ ( ୧୯/୦୨,ପିପିଏଲ୍ ନ୍ୟୁଜ୍ ) : ବଲିଉଡ ଅଭିନେତ୍ର୍ରୀ କଙ୍ଗନା ରଣାୱତ ଆଜି ସକାଳୁ ପୁରୀରେ ପହଞ୍ଚି ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳୁ ସକାଳୁ ଭୁବନେଶ୍ୱରରୁ ଶ୍ରୀମନ୍ଦିରରେ ପହଞ୍ଚି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ଆର୍ଶୀବାଦ ନେଇଛନ୍ତି କଙ୍ଗନା ।

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ପାଛୋଟି ଶ୍ରୀମନ୍ଦିର ଭିତରକୁ ନେଇଥିଲେ । ପତିତପାବନଙ୍କୁ ଦର୍ଶନ କରିବା ପରେ ବାଇଶି ପାହାଚ ଓ ସାତ ପାହାଚ ହୋଇ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଥିଲେ।

Leave a Reply

Your email address will not be published. Required fields are marked *