ବନ୍ଦ ହୋଇଗଲା କି ବିଜୁ ଯୁବ ବାହିନୀ ?

ଭୁବନେଶ୍ୱର ( ୦୮/୦୩ , ପିପିଏଲ୍ ନ୍ୟୁଜ୍ ) :ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବ ବାହିନୀ କାର୍ଯ୍ୟକ୍ରମ। ଚଳିତ ଆର୍ଥିକ ବର୍ଷ ବଜେଟରେ ବିଜୁ ଯୁବ ବାହିନୀ କାର୍ଯ୍ୟକ୍ରମ ପାଇଁ କୌଣସି ଅର୍ଥ ବ୍ୟବସ୍ଥା କରାଯାଇ ନାହିଁ । ତେଣୁ ବିଜୁ ଯୁବ ବାହିନୀର ଆଉ କୌଣସି କାର୍ଯ୍ୟକ୍ରମ ନାହିଁ।

ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ବିଧାନସଭାରେ ଦେଇଥିବା ଉକ୍ତି ଅନୁଯାୟୀ, ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ରେ ରାଜ୍ୟ ବଜେଟରେ ବିଜୁ ଯୁବ ବାହିନୀ ପାଇଁ ଅର୍ଥ ବ୍ୟବସ୍ଥା ନାହିଁ। ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଓ ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ୱାର୍ଥ ପାଇଁ କୌଣସି କାର୍ଯ୍ୟକ୍ରମ ବିଜୁ ଯୁବ ବାହିନୀ ଦ୍ୱାରା ବର୍ତ୍ତମାନ କରାଯାଉ ନାହିଁ। ଚଳିତ ଆର୍ଥିକ ବର୍ଷରେ ବିଜୁ ଯୁବ ବାହିନୀ ପାଇଁ ବଜେଟରେ କୌଣସି ଅର୍ଥ ବ୍ୟବସ୍ଥା ନାହିଁ। ତେଣୁ ଖର୍ଚ୍ଚର କୌଣସି ଅବକାଶ ନାହିଁ।

ବିଜୁ ଯୁବ ବାହିନୀ ବନ୍ଦ ହେବାକୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ। ଏନେଇ କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ କହିଛନ୍ତି, ନିର୍ବାଚନ ସମୟରେ ନିଜ ସ୍ୱାର୍ଥ ସାକାର କରିବାକୁ ଏହାକୁ ଗଠନ କରିଥିଲେ। ଆମେ ଏହାକୁ ଗୁଣ୍ଡା ବାହିନୀ ବୋଲି କହୁଥିଲୁ। ନିର୍ବାଚନ ପରେ ଆଉ ଏହି ବାହିନୀର ଆବଶ୍ୟକତା ରହିଲା ନାହିଁ। କାମ ସରିବାରୁ ଏହାକୁ ବନ୍ଦ କଲେ। ସରକାର ସେ ଯୁବକମାନଙ୍କୁ କ୍ଷମା ମାଗନ୍ତୁ।

ରିପୋର୍ଟ – ଶୁଭ୍ରଜ୍ୟୋତି ଭୂୟାଁ

Leave a Reply

Your email address will not be published. Required fields are marked *