ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା କୁ ନେଇ ହାଇକୋର୍ଟ ରେ ପରବର୍ତ୍ତୀ ଶୁଣାଣି

କଟକ(୧୮/୧୧,ପିପିଏଲ ନ୍ୟୁଜ) : ଗଣଦୁଷ୍କର୍ମ ମାମଲାରେ ଭୁବନେଶ୍ୱର ର ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି ପୋଲିସ ଡିଜି। ଡିଜିପିଙ୍କ ପକ୍ଷରୁ ସତ୍ୟପାଠ ସହିତ ତଦନ୍ତର ଷ୍ଟାଟସ୍ ରିପୋର୍ଟ ବନ୍ଦ ଲଫାପାରେ ହାଇକୋର୍ଟରେ ଦାଖଲ କରାଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୧୬ ତାରିଖକୁ ଧାର୍ଯ୍ୟ କରାଯାଇଛି।  ଏଠାରେ ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ୧୪ରେ ହାଇକୋର୍ଟ ମାମଲାର ଶୁଣାଣି କରି ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ପ୍ରଦାନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଡକ୍ଟର ଜଷ୍ଟିସ ବି.ଆର୍.ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କୀୟ ଜନସ୍ବାର୍ଥ ମାମଲାର ଶୁଣାଣି କରୁଛନ୍ତି।

ରିପୋର୍ଟ – ସ୍ୱପ୍ନାଲିକା ବରାଡ଼

Leave a Reply

Your email address will not be published. Required fields are marked *