ରାଜଧାନୀରେ ଆଜି ୧୬୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର( ୨୬|୦୭ , ପିପିଏଲ୍ ନ୍ୟୁଜ୍ ) :  ରାଜଧାନୀ ଭୁବନେଶ୍ୱରରୁ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୧୦୪ଟି କ୍ୱାରେଣ୍ଟାଇନ୍ କେସ୍ ଥିବା ବେଳେ ୫୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୪୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ରାଜଧାନୀରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୯୧ରେ ପହଁଚିଥିବା ବେଳେ ୯୦୯ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୧ଜଣ ପ୍ରାଣ ହରାଇଥିବା ବେଳେ ୧୦୬୯ଟି ସକ୍ରିୟ କେସ୍ ରହିଛି ।

ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୫୯ ରହିଛି। ୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *