ରାଜଧାନୀ ରୁ ଚିହ୍ନଟ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର (୨୬/୦୮ ,ପିପିଏଲ୍ ନ୍ୟୁଜ୍ ) : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ୩୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨୬୧ରେ ପହଁଚିଛନ୍ତି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୯ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୯୧ । ଏହାସହ ୧୮୫ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଏକ ଘରୋଇ ହସ୍ପିଟାଲର ୮ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ପଳାସପଲ୍ଲୀରୁ ୬, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଆର୍‌ସି ଭିଲେଜରୁ ମଧ୍ୟ ୬ ଜଣ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜୟଦେବ ବିହାରରୁ ୫ ଓ ଜିଜିପି କଲୋନିରୁ ମଧ୍ୟ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ବିଏମସ୍‌ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *