ରାଜଧାନୀ ରୁ ଚିହ୍ନଟ ହେଲେ ଆଉ ୧୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର (୧୬/୦୮ , ପିପିଏଲ୍ ନ୍ୟୁଜ୍ ) : ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଚିଛି । ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।
ସେହିପରି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୧୮୪ ସୁସ୍ଥ ହୋଇଛନ୍ତି। ଏଯାବତ୍ ଭୁବନେଶ୍ୱର ମହାନଗର ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ୫୨୮୯କୁ ବୃଦ୍ଧି ପାଇଛି। ଆକ୍ଟିଭ କେସ୍ ୧୮୨୩, ସୁସ୍ଥ- ୩୪୩୫ ହୋଇଥିବା ବେଳେ ୨୫ ଜଣଙ୍କ ମୃତ୍ୟୁ ହୋଇଛି।

ରିପୋର୍ଟ – ଶ୍ୱେତାଲିନ୍

Leave a Reply

Your email address will not be published. Required fields are marked *