ଭୁବନେଶ୍ବର (୨୪/୦୮, ପିପିଏଲ ନ୍ୟୁଜ) : ସାରା ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି ରାଜ୍ୟରେ ଗୋଟେ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଆଜି ୨୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନ୍ୟପଟେ ଆଜି ରାଜ୍ୟରେ ଆଉ ୧୦ ଜଣଙ୍କର କରୋନା ରେ ମୃତ୍ୟୁ ଘଟିଛି। ଏହି ୧୦ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି। ଆଜି ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲାରୁ ଦୁଇ ଜଣ, କଟକ, ନୟାଗଡ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
ରିପୋର୍ଟ – ତପନ କୁମାର ସୂତାର