ଭୁବନେଶ୍ୱର (୦୫/୦୭ , ପିପିଏଲ୍ ନ୍ୟୁଜ୍): ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି।
ଅପରପକ୍ଷରେ ରାଜ୍ୟରେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୯୦ଜଣ ଚିକିତ୍ସାଧୀନ ଥିବାବେଳେ ୫,୯୩୪ଜଣ ସୁସ୍ଥ ହୋଇଛନ୍ତି। ୩୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
ରିପୋର୍ଟ – ସନ୍ତୋଷ ସାହୁ