ରାଜ୍ୟରେ ପ୍ରଥମଥର ପାଇଁ ଡାକ୍ତର କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମଥର ପାଇଁ ଜଣେ ଡାକ୍ତର କରୋନା ଆକ୍ରାନ୍ତ। କଟକ ସିଟି ହସ୍ପିଟାଲର ଜଣେ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନମୁନା ପଜିଟିଭ ଆସିବା ପରେ ଡାକ୍ତରଙ୍କୁ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ସିଟି ହସ୍ପିଟାଲର ଶିଶୁ ରୋଗ ବିଶେଷଜ୍ଞ ଅଛନ୍ତି। ଏନେଇ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ନିକଟରେ ସେ କେନ୍ଦ୍ରାପଡାର ସମ୍ପର୍କୀୟଙ୍କ ଘରୁ ଫେରିଥିଲେ। ତେବେ ତାଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛି, ତାହା ଜଣାପଡ଼ିନି।   ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ୧୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୭୩୩ ଜଣ ସୁସ୍ଥ ହୋଇଛନ୍ତି। ୭ ଜଣଙ୍କର ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *