ରାଜ୍ୟ ରେ ଆଜି ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ବର(୧୮/୦୯,ପିପିଏଲ୍ ନ୍ୟୁଜ୍) : ରାଜ୍ୟରେ ଆଜି କରୋନା ୧୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୮୨ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୧୩ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ପୁରୀ ଓ କେନ୍ଦ୍ରାପଡା ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବରଗଡ଼, କଟକ, ବଲାଙ୍ଗୀର, କନ୍ଧମାଳ ଓ ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା

Leave a Reply

Your email address will not be published. Required fields are marked *