ରାଜ୍ୟ ରେ ଆଜି ୧୪ ମୁଣ୍ଡ ନେଲା କରୋନା, ୬୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର(୧୦/୦୯,ପିପିଏଲ୍ ନ୍ୟୁଜ୍) : ରାଜ୍ୟରେ ଆଜି କରୋନା ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୦୫ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୧୪ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ଘଟିଛି। ପୁରୀ ଜିଲାରୁ ୩ ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave a Reply

Your email address will not be published. Required fields are marked *