ରାଜ୍ୟ ରେ ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ବର(୦୭/୦୯,ପିପିଏଲ୍ ନ୍ୟୁଜ୍) : ଆଜି ମଧ୍ୟ ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୧୦ ଜଣ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ବର, ଭୁବନେଶ୍ବର, କଟକ, କଳାହାଣ୍ଡି, କୋରାପୁଟ, ନୟାଗଡ ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା

Leave a Reply

Your email address will not be published. Required fields are marked *