ଭୁବନେଶ୍ୱର (୦୩/୦୭, ପିପିଏଲ୍ ନ୍ୟୁଜ୍) : ଦିନକୁ ଦିନ ମହାମାରୀ କୋରନା ତାର କାୟା ବିସ୍ତାର କରିବାରେ ଲାଗିଛି। ଆଜି ରାଜ୍ୟରେ କରୋନା ସବୁ ରେକର୍ଡ ଭାଙ୍ଗି ସର୍ବାଧିକ ୫୬୧ ଜଣ ପଜିଟିଭ୍ ଗୋଟିଏ ଦିନ ରେ ଚିହ୍ନଟ ହୋଇଛନ୍ତି। ଏହି ୫୬୧ ଜଣ କୋରନା ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬ କୁ ବୃଦ୍ଧି ହୋଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ ଜଣ କ୍ୱରେଣ୍ଟାଇନ ସେଣ୍ଟର ରୁ ଏବଂ ୧୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାନୁଯାୟୀ, ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମରୁ 283 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୦୬ ଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୫୬୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା