ଭୁବନେଶ୍ୱର(୦୪/୧୦,ପିପିଏଲ୍ ନ୍ୟୁଜ୍) : ପରଲୋକରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ। ଜୀବନ ଯାତ୍ରା ଶେଷ କରି ଆରପାରି କୁ ଚାଲିଗଲେ ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ । ଶନିବାର ରାତ୍ରି ୨ଟା ୩୬ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଉଲ୍ଲେଖଯୋଗ୍ୟ ଯେ, ଶ୍ରୀ ମହାରଥୀ ଗତ ସେପ୍ଟେମ୍ବର ୧୪ ତାରିଖରେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହାପରେ ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ପ୍ରଥମେ ତାଙ୍କୁ ୪୮ ଘଣ୍ଟା ପାଇଁ ପର୍ଯ୍ୟବେକ୍ଷଣରେ ରଖାଯାଇଥିଲା ଓ ପରେ କ୍ରମଶଃ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାକୁ ଆରମ୍ଭ ହୋଇଥିଲା।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା