୨୪ ଘଂଟାରେ ୧.୫ ଲକ୍ଷ ପାର ହେଲା ନୂଆ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର(୧୧/୦୪,ପିପିଏଲ୍ ନ୍ୟୁଜ୍ ): ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଭୟାନକ ରୂପ ନେବାରେ ଲାଗିଛି । ଦୈନିକ ଅହେତୁକ ଭାବେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ବି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ରବିବାର ଦିନ ସ୍ୱାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଗତ ୨୪ ଘଂଟାରେ ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧,୫୨,୮୭୯ ରେ ପହଂଚିଛି ।କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ସୂଚନା ମୂୁତାବକ ଗତ ୨୪ ଘଂଟା ମଧ୍ୟରେ ଦେଶରେ ୧,୫୨,୮୭୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୩୯ ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ଗତ ୨୪ ଘଂଟାରେ ୯୦,୫୮୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ମୋଟ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ୧,୬୯,୨୭୪ କୁ ବୃଦ୍ଧି ପାଇଛି ଓ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୩୩,୫୮,୫୦୮ ରେ ପହଂଚିଛି ।ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଦେଶରେ ଟିକା ମହୋତ୍ସବ ପାଳନ କରାଯାଉଛି । କହିରଖୁ କି ଦେଶରେ ୮୫ ଦିନ ମଧ୍ୟରେ ଦେଶରେ ୧୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି ।

ରିପୋର୍ଟ – ଶୁଭ୍ରଜ୍ୟୋତି ଭୂୟାଁ

Leave a Reply

Your email address will not be published. Required fields are marked *