୨୪ ଘଣ୍ଟାରେ ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ବର (୩୧/୦୮,ପିପିଏଲ୍ ନ୍ୟୁଜ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କନ୍ଧମାଳରୁ ୩ ଜଣ ଲେଖାଏଁ । ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

Leave a Reply

Your email address will not be published. Required fields are marked *