୨୪ ଘଣ୍ଟାରେ ରାଜ୍ୟରେ ୨୫୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ( ୧୯/୦୮ , ପିପିଏଲ୍ ନ୍ୟୁଜ୍ ) : ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଥିବା ବେଳେ ୨,୫୮୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୩୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୫୩୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୬୨୪୬୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରିପୋର୍ଟ – ସନ୍ତୋଷ

Leave a Reply

Your email address will not be published. Required fields are marked *