୨୪ ଘଣ୍ଟାରେ ୩୫,୮୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭୨ ମୃତ

ଭୁବନେଶ୍ୱର(୧୮/୦୩, ପିପିଏଲ୍ ନ୍ୟୁଜ୍) :ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫,୮୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ । ଏଥି ସହିତ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୪ କୋଟିରୁ ଅଧିକ ରହିଥିବା ଜଣାପଡ଼ିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୮୭୧ କରୋନା ଭାଇରସ୍ ‌ଜନିତ ନୂତନ ସଂକ୍ରମଣ ଓ ୧୭୨ ମୃତ୍ୟୁ ରେକର୍ଡ କରାଯାଇଛି । ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୪,୭୪,୬୦୫ରେ ପହଞ୍ଚିଛି । କ୍ରମାଗତ ଆଠ ଦିନ ହେବ ଦେଶରେ ସଂକ୍ରମଣ ସଂଖ୍ୟା ୨୦ ହଜାରରୁ ଊର୍ଦ୍ଧ୍ୱ ରହିଛି ।ସେହିପରି ଦିନକରେ ୧୭୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୨୧୬ରେ ପହଞ୍ଚିଛି । କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୭୪୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୦,୬୩,୦୨୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୫୨,୩୬୪ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୨.୦୫% ।

ରିପୋର୍ଟ – ଶୁଭ୍ରଜ୍ୟୋତି ଭୂୟାଁ

Leave a Reply

Your email address will not be published. Required fields are marked *