୩ ଦିନ ଯାଏଁ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର (୩୦/୦୩, ପିପିଏଲ୍ ନ୍ୟୁଜ୍): ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ଓଡିଶାର କିଛି ଜିଲ୍ଲା ଏବଂ ଉପକୂଳବର୍ତ୍ତୀ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯିବା ସହିତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।ପାଣିପାଗ ବିଭାଗର ସୂଚନା ମୁତାବକ, ଆଗାମୀ ୩ ଦିନ ଓଡିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆଗାମୀ ୨୪ ଘଂଟା ଭିତରେ ଦିନର ତାପମାତ୍ରା ପାଖାପାଖି ୨ ଡିଗ୍ରୀ ବୃଦ୍ଧି ପାଇପାରେ । ଏହାପରେ ଆଗାମୀ ୩ ଦିନ ଓଡିଶାର ଜିଲ୍ଲା ଗୁଡିକରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୟାଗଡା, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣି ଜାରି କରିଛି ।

Leave a Reply

Your email address will not be published. Required fields are marked *